ବାଲେଶ୍ୱର: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଯୁବତୀ ମୃତ । ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ ରେମୁଣା ବାଇପାସ ନିକଟରେ ଏକ ମାଲବାହୀ ଟ୍ରକ ଧକ୍କାରେ ଯୁବତୀଙ୍କ ମୃତ୍ୟୁ ଘଟିଛି । ମୃତ ଯୁବତୀ ମୟୂରଭଞ୍ଜ ଚକଦର ଅଞ୍ଚଳର ବିଦ୍ୟୁତ୍ ପ୍ରଭା ନାଏକ ।
ଯୁବତୀ ଜଣକ ତାଙ୍କ ଭାଇଙ୍କ ସହିତ ସ୍କୁଟିରେ ରେମୁଣାରୁ ନରହରିପୁର ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ମାଲବାହୀ ଟ୍ରକ୍ ସହ ଧକ୍କା ହୋଇଥିଲା ଫଳରେ ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ହୋଇଥିଲା । ଗୁରୁତର ଅବସ୍ଥାରେ ମୃତ ଯୁବତୀଙ୍କ ଭାଇଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ଶିଳ୍ପାଞ୍ଚଳ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ବ୍ୟବଛେଦ ପାଇଁ ପଠାଇବା ସହିତ ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି।