ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି । ପୁରୀ ଜିଲ୍ଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଏଭଳି ଅଘଟଣ ଘଟିଛି । ବିସ୍ଫୋରଣରେ ଯୁବକଙ୍କ ହାତ ପାପୁଲି ଛିଣ୍ଡି ଯାଇଥିବା ସୂଚନା ମିଳିଛି । ଆହତ ଯୁବକ ଜଣଙ୍କ ଡେଲାଙ୍ଗ କୁଆପଦା ଅଞ୍ଚଳର ବୋଲି ଜଣାପଡିଛି । ପ୍ରଥମେ ଯୁବକଙ୍କୁ ଡେଲାଙ୍ଗ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି । ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି ।